ଅବସରଦିନ ଶିକ୍ଷୟିତ୍ରୀଙ୍କୁ ପେନସନ ପ୍ରଦାନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ପୌରାଞ୍ଚଳ ଅଧିନସ୍ଥ ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁପ୍ରଭାରାଣୀ ପ୍ରଧାନଙ୍କୁ ଅବସରଦିନ କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ କୈଳାଶ ଚନ୍ଦ୍ର ଦଳାଇ ପେନସନ ମଞ୍ଜୁରୀପତ୍ର ପ୍ରଦାନ କରିଛନ୍ତି । ଏହି ଉପଲକ୍ଷେ ମହିପାଳସ୍ଥିତ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରଧାନଙ୍କୁ ପେନସନ ମଞ୍ଜୁରୀପତ୍ର ପ୍ରଦାନ ପୂର୍ବକ ତାଙ୍କର ଅବସରକାଳୀନ ଜୀବନ ସୁସ୍ଥ ଓ ନିରାମୟ ହେଉ ବୋଲି କେନ୍ଦ୍ରାପଡାର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ନିକଟରେ ପ୍ରାର୍ଥନା କରିଥିଲେ । ଏହି ଅବସରରେ ଶ୍ରୀ ଦଳାଇ କହିଥିଲେ ଯେ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରଧାନ ଜଣେ କର୍ତ୍ତବ୍ୟନିଷ୍ଠ ଓ ଆଦର୍ଶ ଶିକ୍ଷୟିତ୍ରୀ ଭାବରେ ସାଧାରଣରେ ପରିଚିତ ଥିଲେ । ତାଙ୍କର ବହୁ ଛାତ୍ରଛାତ୍ରୀ ଆଜି ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠାଲାଭ କରିଛନ୍ତି । ଅବସର ଦିନ ପେନସନ୍ ପ୍ରଦାନ କରିବା ସରକାରଙ୍କ ନିର୍ଦ୍ଦେଶକୁ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ଦଳାଇ କାର୍ଯ୍ୟକାରୀ କରି ଦକ୍ଷତା ପ୍ରତିପାଦନ କରିଆସୁଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ