ଆଜି ଗୁରୁବାର (୦୬.୦୮.୨୦୨୬) ଆପଣଙ୍କ ଦିନଟି କିପରି କଟିବ ଜାଣନ୍ତୁ ଆଜିର ରାଶିଫଳରୁ…
ମେଷ:- ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ। ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ। ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ। ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ବୃଷ:- ବାଣିଜ୍ୟ ବ୍ୟବସାୟ ମଧ୍ୟମ ଧରଣର ରହିବ। ପ୍ରେମ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ରାଜନୀତିରେ କୌଣସି କାମକୁ ହାତକୁ ନେବେ। ମହିଳାମାନେ ଇଶ୍ୱର ବିଶ୍ୱାସି ହେବେ। ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ।
ମିଥୁନ:- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ। ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ୍ଣ ହୋଇଯିବ। ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି। ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ।
କର୍କଟ:- କର୍ମକ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ। ସାମାଜିକ ସହଯୋଗ ଲାଭ କରିବେ। ଶିକ୍ଷାକ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ। ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରିପାରନ୍ତି। ଅଯଥା ବିବାଦ ଭିତରକୁ ଟାଣି ହୋଇଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ସିଂହ:- ବ୍ୟବସାୟୀମାନେ ଭାଗୀଦାରି ବ୍ୟବସାୟ କରିବେ। ଛାତ୍ରୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଠାରୁ ଭଲ ପରାମର୍ଶ ମିଳିବ। ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ। ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ।
କନ୍ୟା:- ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡ଼ିବେ। ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି। ସନ୍ତାନ ଚିନ୍ତା ଦେଖା ଦେଇପାରେ। ଅଫିସରୁ ଆସିଲାବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ତୁଳା:- ପରିବାରରେ ଚିନ୍ତା ବଢିପାରେ। ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ। ମୋହରେ ପଡି ଅପଦସ୍ତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବ।
ବିଛା:- କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ। ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ। କ୍ୟାରିୟରେ ନୂଆ କିର୍ତୀମାନ ସ୍ଥାପନ କରିବେ। ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ। ଦୁର୍ଘଟଣାର ଶିକାର ହୋଇପାରନ୍ତି ।
ଧନୁ:- କୌଣସି କାର୍ଯ୍ୟରେ ସଫଳତା ହାସଲ କରିବେ। ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ। ଆପଣଙ୍କର କ୍ରୀଡା କାର୍ଯ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି।
ମକର:- ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି। ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ। ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ।ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି। ଶିକ୍ଷାର୍ଥୀମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି। ପଡ଼ୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ।
କୁମ୍ଭ:- ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ। ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ। ଯାନ,ବାହନ କରିବାରେ ଆଗ୍ରହ ବଢିବ। ମହିଳାମାନେ କୌଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ।
ମୀନ:- ଜୀବନ ସାଥୀଙ୍କ ସହିତ ମଧୁର ସମ୍ବନ୍ଧ ରହିବ। ବିଦ୍ୟାର୍ଥିମାନେ ଏକାଗ୍ରତା ରକ୍ଷା କରିବେ। ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି। କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ।
With Thanks :
Astrologer Pandit Sripati Acharya(MBA)
Chairman – GARGA JYOTISH SANSTHAN


