ଆସିକାରେ ଆରମ୍ଭହେଲା ଦ୍ୱିତୀୟ ସମାପ୍ତି ସୂଚକ ଆକଳନ- ୨୦୨୫ ପରୀକ୍ଷା

ଆସିକା, (ୱାଇଏନ୍‍ଏସ୍‍):ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଏବଂ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ସଂଯୋଜନାରେ ଆଜିଠାରୁ ଆସିକା ଗୋଷ୍ଟୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧିନସ୍ଥ ୧୩ଟି କ୍ଳଷ୍ଟର ୧୨୯ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ଗୁଡିକରେ ଦ୍ୱିତୀୟ ସମାପ୍ତି ସୂଚକ ଆକଳନ- ୨୦୨୫ ପରୀକ୍ଷା ଆରମ୍ଭ ହୋଇଥିବା ଜଣାପଡିଛି । ପ୍ରଥମ ଦିନରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀମାନେ ମାତୃଭାଷା ଓଡିଆର ମୌଖିକ ପରୀକ୍ଷା ଦେଇଥିଲେ । ଆସିକା ଗୋଷ୍ଟୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧିନସ୍ଥ ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦ୍ୱିତୀୟ ସମାପ୍ତି ସୂଚକ ଆକଳନ-୨୦୨୫ ପରୀକ୍ଷାର ପ୍ରଥମ ଦିବସରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀମାନେ ମୌଖିକ ପରୀକ୍ଷା ଦେଇଥିବା ଜଣାପଡିଛି । ଏହି ଦ୍ୱିତୀୟ ସମାପ୍ତି ସୂଚକ ଆକଳନ-୨୦୨୫ ପରୀକ୍ଷାକୁ ସୁ ପରିଚାଳନା ସହ ଶୃଙ୍ଖଳିତ ଭାବେ ସମାପ୍ତ କରିବା ପାଇଁ ଗୋଷ୍ଟୀ ଶିକ୍ଷାଧିକାରୀ ମୁନ୍‍ରାଣୀ ମହାନ୍ତିଙ୍କ ପରାମର୍ଶକ୍ରମେ ଅତିରିକ୍ତ ଗୋଷ୍ଟୀ ଶିକ୍ଷାଧିକାରୀ ବିଭୁନନ୍ଦନ ପଣ୍ଡା, ଶିବରାମ ବେହେରା, ଭଂଜ ବେହେରା, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ହରିବନ୍ଧୁ ବେହେରା, ଶିଶିରକାନ୍ତ ବେହେରା, ଟୁଲୁ ସେଠୀ, ରାଧାମୋହନ ଡାକୁଆ, ଚନ୍ଦ୍ରଶେଖର ସ୍ୱାଇଁ, ସରୋଜ କୁମାର ପ୍ରଧାନଙ୍କ ସମେତ ଶିକ୍ଷା ବିଭାଗର ବହୁ ପଦାଧିକାରୀ ବିଭିନ୍ନ ବିଦ୍ୟାଳୟକୁ ପରିଦର୍ଶନ କରିଥିବା ଦେଖିବାକୁ ମିଳିଥିଲା । ଆସିକା ଗୋଷ୍ଟୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧିନସ୍ତ ୧୨୯ଟି ସରକାରୀ ପ୍ରଥମିକ, ଉଚ୍ଚପ୍ରାଥମିକ ଓ ଉଚ୍ଚବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନରତ ଥିବା ପ୍ରାୟ ୧୩୬୮୩ ଜଣ ପରୀକ୍ଷାର୍ଥୀ ରାଜ୍ୟ ସରକାର ବିଦ୍ୟାଳୟ ଓ ଗଣଶିକ୍ଷାବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପରିଚାଳିତ ହୋଇଆସୁଥିବା ଏହି ଦ୍ୱିତୀୟ ସମାପ୍ତି ସୂଚକ ଆକଳନ-୨୦୨୫ ପରୀକ୍ଷା ଦେବା ପାଇଁ ସ୍ଥିରୀକୃତ ହୋଇଥିବା ଜଣାପଡିଛି । ଆସିକା ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ଅଧୀନସ୍ଥ ୧୩ଟି କ୍ଳଷ୍ଟରର ୧୨୯ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟରେ ଆଜିଠାରୁ ସମାପ୍ତ ସୂଚକ ଆକଳନ (ସମେଟିଭ୍‍ ଆସେସ୍‍ମେଣ୍ଟ-୨) ପ୍ରାଥମିକ ସ୍କୁଲ ପରୀକ୍ଷା ଆରମ୍ଭ ହୋଇଛି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ ବୋଲି ଜଣାପଡିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ