ଓକିଲ ସଂଘ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର)ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଗୁରୁବାର ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।ସଭାପତି ହରପ୍ରସାଦ ରଥଙ୍କ ଅଧ୍ଯକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନେତାଜୀଙ୍କ ସ୍ବାଧୀନତା ସଂଗ୍ରାମରେ ଅବଦାନ ଉପରେ ଆଲୋକପାତ କରାଯାଇଥିଲା।କାର୍ଯ୍ୟକ୍ରମରେ ସଂଘ ସମ୍ପାଦକ ପ୍ରଦୀପ କୁମାର ନାୟକ, ବରିଷ୍ଠ ଆଇନଜୀବି ରସାନନ୍ଦ ରାଉତ, ପରେଶ ଚନ୍ଦ୍ର ରଥ, ସନ୍ତୋଷ କୁମାର ସାହୁ, ମନୋରଞ୍ଜନ ପଣ୍ଡା, ଗିରିଜା ନନ୍ଦନ ମେକାପ, ସଞ୍ଜୟ କୁମାର ପଣ୍ଡାଙ୍କ ସମେତ ବହୁ ଆଇନଜୀବି ଉପସ୍ଥିତ ଥିଲେ.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ