କେନ୍ଦୁଝର ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

କେନ୍ଦୁଝର, (ଯୁଗାବ୍ଦ ନ୍ୟୁଜ):ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ-୨୦୨୪ ମହାସମାରୋହରେ କେନ୍ଦୁଝର ଅଡିଟୋରିଅମଠାରେ ପାଳିତ ହୋଇଯାଇଛି । ସକାଳ ୮:୦୦ ଘଟିକାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରି ସ୍ଥାନୀୟ ଅଡିଟୋରିଅମ ପର୍ଯ୍ୟନ୍ତ ଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଥିବା ଏହି ପଦଯାତ୍ରାରେ ଶତାଧିକ ଭିନ୍ନକ୍ଷମ ବ୍ୟକ୍ତି, ବରିଷ୍ଠ ନାଗରିକ, ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା, ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ବିଭାଗୀୟ କର୍ମକର୍ତ୍ତା ସାମିଲ ହୋଇଥିଲେ । ଏହାପରେ ଜିଲ୍ଲାର ସମସ୍ତ ବ୍ଲକରୁ ଆସିଥିବା ଉଚ୍ଚବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବନ୍ଧ ଓ ଚିତ୍ରକଳା ପ୍ରତିଯୋଗିତା ଆୟୋଜିତ କରାଯାଇ କୃତୀ ପ୍ରତିଯୋଗୀ ମାନଙ୍କୁ ଚୟନ କରାଯାଇଥିଲା । ଏହାସହିତ ଦୃଷ୍ଟିବାଧିତ, ମାନସିକ ଅନଗ୍ରସର ଓ ଶ୍ରଵଣବାଧିତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତା ଆୟୋଜିତ କରାଯାଇ କୃତୀ ପ୍ରତିଯୋଗୀ ଚୟନ କରାଯାଇଥିଲା ।ଏହାପରେ ସ୍ଥାନୀୟ ଅଡିଟୋରିଅମଠାରେ ଆୟୋଜିତ ଉଦଯାପନୀ ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ, ଅତିରିକ୍ତ ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଶ୍ରୀ ବସନ୍ତ କୁମାର ପାତ୍ର, ଶ୍ରୀ ପୀତବାସ ସାହୁ ଓ ଭୁବନେଶ୍ୱରୀ ମହାନ୍ତ ଉପସ୍ଥିତ ରହି କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ବିପ୍ଳବ ସାମନ୍ତରାୟ ପରିଚାଳନା କରିଥିଲେ ଏବଂ ପରିଶେଷରେ ବିଭିନ୍ନ ଭିନ୍ନକ୍ଷମ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ