କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଆସିକା ସାଂସଦଙ୍କ ଦାବି

ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା ପଞ୍ଚାୟତର ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ନିକଟରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ଆସିକା ସାଂସଦ ଅନୀତା ପ୍ରିୟଦର୍ଶିନୀ ପଟ୍ଟନାୟକ ଦିଲ୍ଲୀରେ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ବାସଭବନରେ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦୀର୍ଘ ଦିନ ଧରି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଦାବି ହୋଇ ଆସୁଥିଲେ ମଧ୍ଯ ତାହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ବହୁ ଦିନର ଦାବିକୁ ସାଂସଦ ମହୋଦୟାଙ୍କ ପ୍ରୟାସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଅବଗତ ହୋଇଥିବାରୁ ପୋଲସରାର ବିଭିନ୍ନ ଅନୁଷ୍ଠାନ ଓ ଅଞ୍ଚଳର ଜନସାଧାରଣଙ୍କ ପକ୍ଷରୁ ସ୍ବାଗତ କରିବା ସହ ଆଗାମୀ ଦିନରେ ମାରଦା ମନ୍ଦିର ଠାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବାର ଆଶା କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ