କ୍ରୀଡାଶିକ୍ଷକଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର ପ୍ରଦାନ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଉତ୍ସବର ୪ର୍ଥ ସନ୍ଧ୍ୟାରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବ୍ଲକରୁ ଚୟନ କରାଯାଇଥିବା ପ୍ରକୃତିବନ୍ଧୁ ପୁରସ୍କାର ଘୋଷଣା କରାଯାଇଥିଲା। ରାୟଗଡ଼ ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରୀଡା ଶିକ୍ଷକ ସନ୍ତୋଷ ପ୍ରସାଦ ପଣ୍ଡାଙ୍କୁ ମଧ୍ୟ ପ୍ରକୃତିବନ୍ଧୁ ପୁରସ୍କାରରେ ସମ୍ମାନିତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ଉପଖଣ୍ଡ ବନ ଅଧିକାରୀ ଏସ. ଆନନ୍ଦ, ପୂର୍ବତନ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ. ପାରଳା ଡିଏଫଓ ଏସ. ଆନନ୍ଦ ଶିକ୍ଷକ ସନ୍ତୋଷ କୁମାର ପଣ୍ଡାଙ୍କୁ ଗଜପତି ଉତ୍ସବ ମଞ୍ଚରେ ପ୍ରକୃତିବନ୍ଧୁ ପୁରସ୍କାର ପ୍ରଦାନ କରିଥିଲେ. ପ୍ରକୃତିବନ୍ଧୁ ପୁରସ୍କାର ପ୍ରାପ୍ତ କ୍ରୀଡାଶିକ୍ଷକ ସନ୍ତୋଷ ପ୍ରସାଦ ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର ମିଳିବା ପରେ ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି. ବିଶେଷକରି ରାୟଗଡ଼ ପଞ୍ଚାୟତ ସମିତିର ଅଧ୍ୟକ୍ଷା ପୂର୍ଣବାସୀ ନାୟକ, ଉପାଧ୍ୟକ୍ଷ ଜ୍ୟୋତି ପ୍ରସାଦ ପାଣି ପୂର୍ବତନ ଏସଡିସି ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ଗମାଙ୍ଗ ସହ ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଶ୍ରୀ ପଣ୍ଡାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।