ଗଜପତିରେ କରୋନା ସଂକ୍ରମଣ ନିୟନ୍ତ୍ରଣ;ଆଜି ମାତ୍ର ୮ଜଣ ପଜିଟିଭ୍ ଚିହ୍ନଟ

ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):ଗଜପତିରେ କରୋନା ସଂକ୍ରମଣ ଦିନକୁ ଦିନ ନିୟନ୍ତ୍ରିତ ହେବାରେ ଲାଗିଛି, ଆଜି ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୮ଜଣକୁ ମିଶାଇ ସଂଖ୍ୟା ୩୬୭୩ରେ ପହଞ୍ଚିଛି ।ଏମାନଙ୍କୁ କୋଭିଡ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ୮ଜଣଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ସହରାଞ୍ଚଳରୁ ୩ଜଣ,ନୁଆଗଡ ବ୍ଲକରୁ ୨ଜଣ,ଗୁମ୍ମା ବ୍ଲକରୁ ୨ଜଣ,ରାୟଗଡ ବ୍ଲକରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି । ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହା ପ୍ରେସ୍ ବାର୍ତ୍ତା ମାଧ୍ୟମରେ ଜିଲ୍ଲାପାଳ ଅନୁପମ ସାହା ଏହି ସୁଚନା ଦେଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ