ଗଞ୍ଜାମ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି ଗସ୍ତ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର):ଗଞ୍ଜାମ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁମିତା ମଙ୍ଗଳବାର ଦିଗପହଣ୍ଡି ଗସ୍ତରେ ଆସି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ।ବିଡ଼ିଓ ଡ଼.ଚିତ୍ତରଞ୍ଜନ ଦାସ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ବୃନ୍ଦ ତାଙ୍କୁ ସ୍ବାଗତ କରିଥିଲେ। ସେ ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅନୁଦାନ ପକ୍ଷରୁ ଗ୍ରାମାଞ୍ଚଳ ମାନଙ୍କରେ କରାଯାଉଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ନେଇ ସମୀକ୍ଷା କରି ଫେରିଥିବା ଜଣାପଡିଛି । ଦିଗପହଣ୍ଡି ବ୍ଳକ ୨୫ ଟି ପଞ୍ଚାୟତ ଅଧିନ ଗ୍ରାମମାନଙ୍କରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅନୁଦାନରେ ନିର୍ମିତ ଅଧାପନ୍ତରିଆ ପ୍ରକଳ୍ପ ଗୁଡ଼ିକୁ ଶୀଘ୍ର ସାରିବାକୁ ଉପସ୍ଥିତ ବିଭାଗୀୟ ଅଧିକାରୀ ମାନଙ୍କୁ  ନିର୍ଦ୍ଦେଶ ଦେଇଥିଲେ । ଏଥିସହ ଦିଗପହଣ୍ଡି ବ୍ଳକର ବିଭିନ୍ନ ପଞ୍ଚାୟତ ଅଧିନ ଗାଁ ମାନଙ୍କରେ ବସୁଧା ଯୋଜନାରେ ନିର୍ମିତ ପାନୀୟ ଜଳ ପ୍ରକଳ୍ପ ପରିଚାଳନା ରେ ଗୁରୁତର ସମସ୍ୟା ରହୁଥିବା ନେଇ ଏହାର ସମାଧାନ ଉପରେ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ଦେଇଥିଲେ । ବ୍ଳକ କାର୍ଯ୍ୟାଳୟ ପରିସରରେ  ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ରାଜୀବ ଚନ୍ଦ୍ର ପ୍ରଧାନ ଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ