ଛତ୍ରପୁର ରେ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ଛତ୍ରପୁର ସ୍ଥିତ ଜଉଗଡ ସମ୍ମିଳନୀ କକ୍ଷ ଠାରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ ଓ ଗଞ୍ଜାମ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ଉପଖଣ୍ଡ ସମେତ ଜିଲ୍ଲାର ବିଭିନ୍ନ ଅଂଚଳର ଜନ ସାଧାରଣ ମାନେ ଏହି ଶୁଣାଣୀରେ ଯୋଗ ଦେଇ ସେମାନଙ୍କ ଅଭିଯୋଗ ଗୁଡିକ ଅତିରିକ୍ତ ଜିଲ୍ଲାପାଳ ଏବଂ ଏସପି ଙ୍କସମେତ ଅନ୍ୟାନ୍ୟ ଅଧିକାରୀ ମାନଙ୍କୁ ଭେଟି ଅବଗତ କରାଇଛନ୍ତି । ମୁଖ୍ୟତଃ ରାସନକାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ପାନୀୟ ଜଳ ସମସ୍ୟା, ଆବାସ ଗୃହ ଯୋଗାଇବା ଭଳି ବିଭିନ୍ନ ସାମୁହିକ ଅଭିଯୋଗ ଗୁଡିକ ଦେଖିବାକୁ ମିଳିଛି । ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଡ଼ଃ ପ୍ରମୋଦ କୁମାର ପୃଷ୍ଟି ଓ ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ର ଉପସ୍ଥିତ ରହି ଆଜି ୩୯୫ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେଥି ମଧ୍ୟରୁ ୩୮୫ ଟି ବ୍ୟକ୍ତିଗତ ହୋଇଥିବା ବେଳେ ୧୦ଟି ସାମୁହିକ ଅଭିଯୋଗ ରହିଛି । କେତେକ ଅଭିଯୋଗ ଗୁଡିକର ଆଶୁ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ଅଭିଯୋଗ ଗୁଡିକର ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏହି ଅବସରରେ ରେଡକ୍ରସ ପାଣ୍ଠି ରୁ ଜଣଙ୍କୁ ୫ହଜାର ଟଙ୍କା ଅନ୍ୟ ଜଣ ହିତାଧିକାରୀଙ୍କୁ ୪ହଜାର ଟଙ୍କା ପ୍ରଦାନ କରାଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଡୁଡା ପିଡି ରବିନ୍ଦ୍ର କୁମାର ପଟେଲ,ଛତ୍ରପୁର ଅତିରିକ୍ତ ଉପଜିଲ୍ଲାପାଳ ପାର୍ଥ ସାରଥୀ ହାଁସଦା, ଛତ୍ରପୁର ଏସଡ଼ିପିଓ ଗୌରହରି ସାହୁ ଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ