ଛାତ୍ରୀଙ୍କ ଆତ୍ମ ସୁରକ୍ଷା ତାଲିମ୍ ଶିବିର
ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଠ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଛାତ୍ରୀ ଆତ୍ମ ସୁରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷା ମାମା ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ନଳିନୀ ପ୍ରଭା ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ମାଷ୍ଟର୍ ଟ୍ରେନର୍ ଭାବେ ସୁନିତା ସେଠୀ ଏବଂ ଅର୍ଚ୍ଚନା ବିଶ୍ଵାଳ ଯୋଗ ଦେଇ ଛାତ୍ରୀମାନଙ୍କୁ ଆତ୍ମ ସୁରକ୍ଷା କୌଶଳ ସମ୍ପର୍କରେ ଅବଗତ କରାଇଥିଲେ I ଅଧ୍ୟାପକ ରାଧା ମାଧବା ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ I କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ କର୍ମଚାରୀ ସହଯୋଗ କରିଥିଲେ I