ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ
ମୟୁରଭଞ୍ଜ,(ମୁରାରୀ ମୋହନ ମହାପାତ୍ର ):ଚାଷ ହେଉଛି ମୟୂରଭଞ୍ଜର ଅର୍ଥନୀତି। କୃଷି ହିଁ ଏଠାକାର ସାଂସ୍କୃତିକ ଓ ସାମାଜିକ ଏକତାର ମୂଳ ଉପାଦାନ। ମୟୂରଭଞ୍ଜର ଜନସାଧାରଣ ବିଶେଷ ଭାବରେ ‘ଅନ୍ନଦାତା’ଙ୍କ ପାଖରେ ଆଧୁନିକ କୃଷି ଯନ୍ତ୍ରପାତି ପହଞ୍ଚାଇବା ଦିଗରେ ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶୁକ୍ରବାର ଦିନ ଜିଲ୍ଲା ସଦର ମହକୁମା ବାରିପଦା ସ୍ଥିତ ଛଉ ପଡିଆ ଠାରେ ଉଦ୍ଘାଟିତ ହୋଇଯାଇଛି। ଚାରି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ମେଳାର ଉଦ୍ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ସାଂସଦ, ଲୋକସଭା ଶ୍ରୀ ନଵଚରଣ ମାଝୀ ମୁଖ୍ୟ ଅତିଥି ଋପରେ ଯୋଗଦାନ କରି ଏହି ମେଳାକୁ ଆନୁଷ୍ଠାନିକ ଭାବରେ ଉଦ୍ଘାଟନ କରିଥିଲେ। ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ରେ ମାନ୍ୟବର ସଂସଦ ଶ୍ରୀ ମାଝୀ ଚାଷୀମାନଙ୍କୁ ଆଧୁନିକ କୃଷି ଉପକରଣ ପ୍ରଦାନ କରିଛନ୍ତି । ବିଭିନ୍ନ ରକମର ଚାଷ କରୁଥିବା ଚାଷୀ, ଓ ସଂସ୍ଥାମାନଙ୍କୁ ପୁରସ୍କୃତ କରିବା ସହ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ମୟୂରଭଂଜ ସମେତ ଓଡ଼ିଶାର ଚାଷ ଓ ଚାଷୀଙ୍କୁ ଅଧିକରୁ ଅଧିକ ସଶକ୍ତ କରିବା ପାଇଁ ଡବଲ ଇଞ୍ଜିନ ସରକାର ନିରନ୍ତର ପ୍ରୟାସ କରଛନ୍ତି । ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି । ଓଡ଼ିଶାର ଚାଷୀମାନଙ୍କର ହିତ ପାଇଁ କ୍ୱିଣ୍ଟାଲ ପିଛା କେନ୍ଦ୍ର ସରକାରଙ୍କ ଧାନର ଏମଏସପି ୨୩୦୦ ଟଙ୍କା ଉପରେ ଅଧିକ ୮୦୦ ଟଙ୍କାର ଇନ୍ପୁଟ୍ ସହାୟତା ରାଶି ତଥା ସମୁଦାୟ ୩୧୦୦ ଟଙ୍କା ପ୍ରଦାନର ଶୁଭାରମ୍ଭ ହୋଇଛି ।