ଦିଗପହଣ୍ଡି ରେ ଅନ୍ତର୍ଜାତୀୟ ବାଳିକା ଦିବସ ପାଳିତ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର):ଦିଗପହଣ୍ଡି ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀ ଙ୍କ ସଂଯୋଜନାରେ ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋମବାର ଅନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମ ରେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀ, ସହ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ,ରସାନନ୍ଦ ଘଡ଼େଇ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବ୍ଲକ ଅଧିନ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା କନିଷ୍ଠ ଓ ବରିଷ୍ଠ ଛାତ୍ରୀ ମାନଙ୍କ ମଧ୍ୟରେ ସଙ୍ଗୀତ,ବିତର୍କ,ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।ବ୍ଲକ ଅଧିନ ସମସ୍ତ ଗୋଷ୍ଠୀ ସାଧନ କର୍ମୀ ବୃନ୍ଦ ବିଚାରକ ଭାବେ ଯୋଗଦେଇଥିଲେ।ପରେ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଦିଗପହଣ୍ଡି ସିଡିପିଓ ପୁଷ୍ପାଞ୍ଜଳି ଶତପଥି ମୁଖ୍ୟଅତିଥି ଭାବେ ଯୋଗଦେଇ ସମସ୍ତ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। କୋଟିନଡ଼ା ଗ୍ରାମ ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରଭାକର ବିଷୋୟୀ ଏବଂ ନୂତନ ପେନସନ ଯୋଜନାଭୁକ୍ତ ଶିକ୍ଷକ ସଂଘ ସଭାପତି ରାଜେନ୍ଦ୍ର ଗୌଡ଼ ବାଳିକା ଶିକ୍ଷା ର ଗୁରୁତ୍ଵ ଓ ଆବଶ୍ୟକତା ସମ୍ପର୍କରେ ଉଦବୋଧନ ଦେଇଥିଲେ। ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଗୋଷ୍ଠୀ ସାଧନକର୍ମୀ ଶ୍ରୀକାନ୍ତ ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ।