ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

କଟକ, (ଯୁଗାବ୍ଦ ନ୍ୟୁଜ):ଜିଲ୍ଲା ପରିଷଦ ସଭାପତି ଶ୍ରୀ କିଶୋର ଚନ୍ଦ୍ର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି କଟକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ନବମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଯୋଗଦେଇ ମାନ୍ୟବର ସାଂସଦ, କଟକ ଶ୍ରୀ ଭର୍ତ୍ତୃହରି ମହତାବ ଜିଲ୍ଲାରେ ବିଭିନ୍ନ ଜନହିତକର କାର୍ଯ୍ୟଗୁଡିକୁ ତ୍ୱରାନ୍ୱିତ କରାଯିବା ଉପରେ ଗୁରୁତ୍ୱ ଦେଇଥିôଲେ । ବୈଠକର ଆରମ୍ଭରେ ଗତ ଅଷ୍ଟମ ଜିଲ୍ଲା ପରିଷଦ ବୈଠକରେ ଉତଥାପିତ ସମସ୍ୟାର ସମାଧାନ ଓ ପ୍ରସ୍ତାବିତ କାର୍ଯ୍ୟର ସ୍ଥିତି ଅଗ୍ରଗତି ଉପରେ ସମୀକ୍ଷା କରାଯାଇ ବିଭାଗ ୱାରୀ କାର୍ଜୁଆସୁଛି ଆଲୋଚନା କରାଯାଇଥିଲା ।ଆଠଗଡ ବିଧାୟକ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ସାଲେପୁର ବିଧାୟକ ଶ୍ରୀ ପ୍ରଶାନ୍ତ ବେହେରା, ବାଙ୍କୀ ବିଧାୟକ ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ବଡମ୍ବା ବିଧାୟକ ଶ୍ରୀ ବିଜୟ ଦଳବେହେରା, କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ, ନିଆଳି ବିଧାୟକ ଶ୍ରୀ ଛବି ମଲ୍ଲିକ, ଜିଲ୍ଲା ପରିଷଦ ଉପ ସଭାପତି ଶ୍ରୀମତୀ ସୁଭଦ୍ରା ଦାସ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ଯୋଜନା ଉପରେ ଗୁରୁତ୍ୱାରୋପ କରି ଉତରଦାୟିତ୍ୱ ନିର୍ବାହପୂର୍ବକ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନାକୁ ତ୍ୱରାନ୍ୱିତ କରିବା ନିମନ୍ତେ ପ୍ରୟାସ ଜାରି ରଖାଯିବ ବୋଲି ମତ ଦେଇଥିଲେ । ଆଜିର ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ, ବିଭିନ୍ନ ବ୍ଲକର ବୃହତ ଜଳ ଯୋଗାଣ ବ୍ୟବସ୍ଥା ଓ ଏହାର ସ୍ଥିତି, ବୃହତ ଉଠା ଜଳ ଯୋଗାଣ, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ବିଶେଷ କରି ସ୍ୱାସ୍ଥ୍ୟ ସେବା,ଜଳ ଉତ୍ସର ଉନ୍ନତିକରଣ ଅଦିନିଆ ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତିର ଆକଳନ, ରାସ୍ତା ଓ କୋଠାବାଡି, ଆଦି ବିଷୟ ଉପରେ ଆଲୋଚନା କରାଯାଇଥିଲା । ଏଥିସହ ବିଭିନ୍ନ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟଗୁଡିକୁ ଆନୁଷଙ୍ଗିକ ସୁବିଧା ଯୋଗାଇ ଦିଆଯିବା, କେତେକ ସ୍ଥାନରେ ହୋଇଥିବା କାର୍ଯ୍ୟର ସମୀକ୍ଷା କରାଯାଇ ଏହାର ବକେୟା ଦେୟ ପ୍ରଦାନ ଦିଗରେ ଗୁରୁତ୍ୱ ଦିଆଯାଇଥିଲା । ଜିଲ୍ଲାପାଳ ଏବଂ ଜିଲ୍ଳା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ଜିଲ୍ଲା ପରିଷଦର ସଭ୍ୟ ସଭ୍ୟାମାନେ ଉତ୍‌ଥାପନ କରିଥିବା ସେମାନଙ୍କ ଅଂଚଳର ସମସ୍ୟା ସମ୍ପର୍କରେ ଅବଗତ ହେବା ସହ ଏହାର ତ୍ୱରିତ ସମାଧାନ ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀମାନେ ସମସ୍ୟାଗୁଡିକର ସମାଧାନ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ପ୍ରତିଶୃତି ଦେଇଥିଲେ । ବିଶେଷକରି ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଚାଷ ନିମନ୍ତେ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବା, ନଳକୂପ ସ୍ଥାପନ, ଉଠା ଜଳସେଚନ ପ୍ରକଳ୍ପଗୁଡିକ କାର୍ଯ୍ୟକ୍ଷମ କରାଯିବା, ବିଭିନ୍ନ ସ୍ଥାନରେ ଖାଲି ପଡିଥିବା ଗୁରୁତ୍ୱପୂର୍ଣ୍ଣ ପଦବୀଗୁଡିକ ପୂରଣ କରାଯିବା ଆଦି ଉପରେ ସଂପୃକ୍ତ ବିଭାଗୀୟ ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ କଟକ, ଶ୍ରୀ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ବିଭିନ୍ନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ, ବିଡିଓ, ବ୍ଲକ୍ ଚେୟାରମ୍ୟାନ୍‌, ପ୍ରତିନିଧି, ଜିଲ୍ଳା ପରିଷଦ ସଦସ୍ୟ/ସଦସ୍ୟା, ପଂଚାୟତ ସମିତିର ଅଧ୍ୟକ୍ଷ/ଅଧ୍ୟକ୍ଷା ବୃନ୍ଦ ଏବଂ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ବୈଠକ ପୂର୍ବରୁ ଦିବଙ୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ମନମୋହନ ସିଂ,ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ସମୀର ଦେଙ୍କ ଆମର ଆତ୍ମାଙ୍କ ସଦ୍‌ଗତି ନିମନ୍ତେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ