ନିମପଲ୍ଲୀ ସେବାଶ୍ରମର ବାର୍ଷିକୋତ୍ସବ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ଏନ୍ଏସି ୨ ନଂ ୱାର୍ଡ ନିମପଲ୍ଲୀ ସରକାରୀ ସେବାଶ୍ରମ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସୁମିତ୍ରା କୁମାରୀ ମହାନ୍ତିଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉତ୍ସବରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ସାହୁ ସଭାପତିତ୍ବ କରିଥିଲେ। ଦିଗପହଣ୍ଡି ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସେହିପରି କ୍ଷଣପ୍ରଭା ଶତପଥୀ ମୁଖ୍ୟବକ୍ତା, ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀ , ସହଗୋଷ୍ଠୀ ଶିକ୍ଷାଧିକାରୀ ରସାନନ୍ଦ ଘଡେଇ, ଭାରପ୍ରାପ୍ତ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଅନ୍ତର୍ଯ୍ୟାମୀ ପାଢୀ , ସହକାରୀ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା , କନିଷ୍ଠ ଯନ୍ତ୍ରୀ ଇଂ. ସୁବ୍ରତ ମହାରଣା , ସିଆରସିସି ଅନୀଲ କୁମାର ଦାସ, ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ସୁଷମା ମଲ୍ଲିକ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ସମ୍ମାନିତ ଅତିଥି ରୂପେ ମଞ୍ଚାସିନ ଥିଲେ । ଛାତ୍ରୀ ଛାତ୍ରଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ପରିଶେଷରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ସେବାଶ୍ରମ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ପରିଚାଳନା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ।