ପିକଅପ ଭ୍ୟାନ୍ ଓଲଟି ଚାଳକ ଗୁରୁତର

ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ରାମଚନ୍ଦ୍ରପୁର ଗ୍ରାମ ଛକ ନିକଟରେ ଏକ ପିକଅପ ଭ୍ୟାନ୍ (ଓଡି୩୨ଜେ ୮୭୧୦) ଓଲଟି ପଡିବାରୁ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ଜୟମଙ୍ଗଳ ମାର୍ଗ ଅଞ୍ଚଳର କୁମର ବେହେରା (୧୯) । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।‌ ପ୍ରକାଶ ଯେ, ଗୁରୁବାର ସକାଳେ ହିଞ୍ଜିଳିକାଟୁ ଠାରୁ ଏକ ପିକଅପ ଭ୍ୟାନ୍ ଶୁଖିଲା ଖାଦ୍ୟ ନେଇ ମଣ୍ଡମରାଇ ଅଭିମୁଖେ ଯାଉଥିଲେ। ରାମଚନ୍ଦ୍ରପୁର ଛକ ନିକଟରେ ଚାଳକ ଜଣଙ୍କ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା ଷ୍ଟପ ବେକରକୁ ଧକ୍କା ଦେବାରୁ ଗାଡିଟି ରାସ୍ତା ପାର୍ଶ୍ଵକୁ ଓଲଟି ପଡ଼ିଥିଲା।‌ ଦୂର୍ଘଟଣାରେ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ହିଞ୍ଜିଳିକାଟୁ ଡାକ୍ତରଖାନାରେ ପହଞ୍ଚି ଆହତଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ଘଟଣାର ତଦନ୍ତ ଚଳାଇଛି। ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ଥାନାରେ ଅଭିଯୋଗ ହୋଇନଥିବା ଜଣାପଡିଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ