ବାତ୍ୟା ‘ଦାନା’ ପ୍ରଭାବ ଶିମିଳିପାଳ ପର୍ଯ୍ୟଟକଙ୍କ ପାଈଁ ବନ୍ଦ

କରଞ୍ଜିଆ,(ଜିତେନ୍ଦ୍ର ରାଜ):ସମ୍ଭବ୍ୟ ବାତ୍ୟା ଦାନା ପାଇଁ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ୩ଦିନ ବନ୍ଦ କରାଯାଇଛି। ଅକ୍ଟୋବର ୨୩ରୁ ୨୫ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ପ୍ରଦାନ କରିଛନ୍ତି। ବାତ୍ୟା ଦାନାକୁ ନେଇ ମୟୁରଭଞ୍ଜ ଜିଲ୍ଲାକୁ ରେଡ଼ ଆଲର୍ଟ ଜାରି କରାଯାଇଛି। ଉକ୍ତ ସମୟରେ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି। ବର୍ଷା ମାତ୍ରା ଅଧିକ ଯୋଗୁଁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପାଇଁ ୩ଦିନ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଉକ୍ତ ସମୟରେ ଶିମିଳିପାଳ ଅଭୟାରଣ୍ୟ ମଧ୍ୟକୁ ବାରିପଦା କିମ୍ବା ଯଶିପୁର ପ୍ରବେଶ ପଥରେ କୋଣସି ଗାଡି ପ୍ରବେଶ କିମ୍ବା ପ୍ରସ୍ଥାନ କରିବ ନାହିଁ ବୋଲି ଉଲ୍ଲେଖ କରାଯାଇଛି। ଶିମିଳିପାଳରେ ବାତ୍ୟା ପରର ସ୍ଥିତିକୁ ଦେଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି.

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ