ବାରିପଦାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ବାରିପଦା,(ମୁରାରୀ ମୋହନ ମହାପାତ୍ର): ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ହେମକାନ୍ତ ସୟ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଟୁପଲ୍ଲୀ ଙ୍କ ପ୍ରତକ୍ଷ୍ୟ ତତ୍ୱା ବଧାନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି. ଏହି ଜନଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ବାରିପଦା ଉପଜିଲ୍ଲାପାଳ ଈଶ୍ବର ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶାନ୍ତନୁ କୁମାର ନାୟକ, ଶିବିରରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକ୍ଷକ ଡାଃ ବିଜୟ କୁମାର ଦାଶଙ୍କ ସହ ଉପଖଣ୍ଡର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଉପଖଣ୍ଡ ଓ ବ୍ଲକ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ. ଆଜିର ଶୁଣାଣିରେ ବାରିପଦା ଉପଖଣ୍ଡ ଅନ୍ତର୍ଗତ ଚାରୋଟି ବ୍ଲକର ସର୍ବମୋଟ ୨୦୫ଟି ଅଭିଯୋଗ ର ଶୁଣାଣି ହୋଇଥିବା ବେଳେ, ୧୭୫ ଟି ବ୍ୟକ୍ତିଗତ ସମସ୍ୟା ଥିବାବେଳେ, ୨୩ ଗୋଟି ସାମୁହିକ ସମସ୍ୟା ଆଧାରିତ ଥିଲା. ସେଥିମଧ୍ୟରୁ ୧୦ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିବା ବେଳେ, ସର୍ବମୋଟ ୫ ଜଣଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୨ହଜାର ଟଙ୍କା ପ୍ରଦାନ କରାଯାଇଥିଲା ବେଳେ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୮୧୫୦ ଟଙ୍କା ପ୍ରଦାନ କରାଯାଇଛି. ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ଭିନ୍ନକ୍ଷମ ଦମ୍ପତି ବିନାଶ ଦିଗର ଓ ଶ୍ରୀମତୀ କୁନି ନାଏକଙ୍କୁ ବିବାହ ପ୍ରୋତ୍ସାହନ ରାଶି ବାବଦକୁ 2ଲକ୍ଷ 50ହଜାର ଟଙ୍କାର ଆର୍ଥିକ ସହାୟତା, ଭିନ୍ନକ୍ଷମ ସନ୍ତାନ ଅଶ୍ବିନୀ କୁମାର ଘୋଷଙ୍କୁ ୨୬ହଜାର ଟଙ୍କ ଛାତ୍ର ବୃତ୍ତି ପ୍ରଦାନ କରାଯାଇଥିଲା. ଅଭିଯୋଗ ଗୁଡିକ ଉପରେ ବିଚାର କରି ତାର ସମାଧାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ. କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିବାର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣିଙ୍କ ଠାରୁ ପ୍ରକାଶ.