ବାଲେଶ୍ୱରରେ ଆରମ୍ଭ ହେଲା ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ – ୨୦୨୫ ଅଭିଯାନ

ବାଲେଶ୍ୱର, (ସରୋଜ ପଣ୍ଡା):ମୁକ୍ତ, ନିରପେକ୍ଷ ଓ ସ୍ୱଚ୍ଛ ନିର୍ବାଚନ ପ୍ରକ୍ରିୟା ସୁନିଶ୍ଚିତ କରିବା ପାଇଁ ଭାରତ ନିର୍ବାଚନ ଆୟୋଗ ପ୍ରତ୍ୟେକ ବର୍ଷ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପରିଚାଳନା କରିଥାନ୍ତି ।ଭୋଟର ତାଲିକାରେ ତ୍ରୁଟି ବିଚ୍ୟୁତି ସଂଶୋଧନ ସହିତ ନୂତନ ଭାବେ ୧୮ ବର୍ଷରେ ପଦାର୍ପଣ କରୁଥିବା ଯୁବକ ଯୁବତୀମାନଙ୍କୁ ଭୋଟର ଲିଷ୍ଟରେ ନାମ ପଞ୍ଜୀକରଣ କରିବା ନିମନ୍ତେ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ୨୦୨୫ ଅଭିଯାନ ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ନିର୍ଦ୍ଦେଶକ୍ରମେ ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ- ୨୦୨୫ ସମ୍ବନ୍ଧେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଏକ ପଦଯାତ୍ରା ଓ ସାଇକଲ ରାଲିର ଆୟୋଜନ କରାଯାଇଥିଲା। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଥିବା ଏହି ପଦଯାତ୍ରାରେ ବିଭିନ୍ନ ବିଭାଗର ଅଧିକାରୀ, କଲେଜ ଛାତ୍ରଛାତ୍ରୀ, ବିଭିନ୍ନ ଏନଜିଓର କର୍ମକର୍ତ୍ତା , ଗଣମାଧ୍ୟମ ପ୍ରତିନିଧି ଏବଂ ଶତାଧିକ ସ୍ଥାନୀୟ ଲୋକ ଚାଲି ଚାଲି ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନ ପର୍ଯ୍ୟନ୍ତ ଯାଇଥିଲେ।ସେଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିକାଶ ଉଦବୋଧନ ଦେଇ ବିଶ୍ୱର ସର୍ବବୃହତ ଏବଂ ସର୍ବଶ୍ରେଷ୍ଠ ଗଣତାନ୍ତ୍ରିକ ଦେଶ ଭାରତକୁ ଆହୁରି ସଶକ୍ତ କରିବା ପାଇଁ ଭୋଟ ଦେବାର ମହତ୍ତ୍ୱ ବଖାଣି ଥିଲେ ଏବଂ ଭୋଟର ଲିଷ୍ଟରେ ନାମ ଚଢେଇବା ତଥା ଅନ୍ୟାନ୍ୟ ତ୍ରୁଟି ବିଚ୍ୟୁତି ସଂଶୋଧନ ପାଇଁ ଏହି ସ୍ୱତନ୍ତ୍ର ଅଭିଯାନର ଫାଇଦା ନେବା ପାଇଁ ଆହ୍ୱାନ ଦେଇଥିଲେ। ଏହି ଅବସରରେ ବ୍ୟାପକ ଜନସଚେତନା ପାଇଁ ଦସ୍ତଖତ ଅଭିଯାନ ମଧ୍ୟ ଆୟୋଜିତ ହୋଇଥିଲା I ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ (ଦୁର୍ନୀତି ନିବାରଣ) ଶ୍ରୀ ମହେଶ୍ୱର ସେଠି, ଡେପୁଟି କଲେକ୍ଟର ଶ୍ରୀମତୀ ରାଇମତ ଟୁଡୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ ସାଇ କୃଷ୍ଣ ଜେନା ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଐଶ୍ଵର୍ଯ୍ୟା ସାମନ୍ତ ପ୍ରମୁଖ ମଞ୍ଚାସୀନ ଥିଲେ । ପରିଶେଷରେ ଶ୍ରୀମତୀ ଟୁଡୁ ଧନ୍ୟବାଦ ଅର୍ପଣ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ