ବାଳିକା ହାଇସ୍କୁଲର ବାର୍ଷିକୋତ୍ସବ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ସରକାରୀ ବାଳିକା ହାଇସ୍କୁଲ ର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।ପ୍ରଧାନଶିକ୍ଷୟତ୍ରୀ ବିଷ୍ଣୁପ୍ରିୟା ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବ ରେ ଦିଗପହଣ୍ଡି ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀ ମାନେ ଭଲ ପାଠ ପଢିବା ସହ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରି ଅନୁଷ୍ଠାନର ସୁନାମ ଅର୍ଜନ ପାଇଁ ପରାମର୍ଶ ଦେଇଥିଲେ।ଦିଗପହଣ୍ଡି ତହସିଲଦାର ଅନିତା କୁମାରୀ ସାହୁ,ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ,ସହ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ,ରସାନନ୍ଦ ଘଡେଇ,ସିଆରସିସି ଅନିଲ କୁମାର ଦାସ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ।ସହକାରୀ ଶିକ୍ଷକ ଜଗଦୀଶ ସାହୁ ବେଦପାଠ କରିଥିଲେ।ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ଓ ମାନପତ୍ର ବଣ୍ଟନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ