ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ
ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ପଞ୍ଚାୟତିରାଜ ଓ ପାନିୟ ଜଳ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ବିକାଶ ଲାଗି ଆହ୍ବାନ ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତଥି ଭାବେ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ତଥା ବିଧାୟକ ପ୍ରାର୍ଥୀ ଶିଶିର ମିଶ୍ର ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବହୁ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ମତବ୍ୟକ୍ତ କରିବା ସହ ହିଞ୍ଜିଳି ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ସରପଞ୍ଚ ବିକାଶ ସେଠି, ମଦନମୋହନ ସେଠି, ରଶ୍ମିତା ସାହୁ, ମାର୍କଣ୍ଡ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଏବିଡିଓ ଅରୁଣ କୁମାର ପ୍ରଧାନ, ଗ୍ରାମ୍ୟ ପରିମଳ ଓ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ପ୍ରସନ୍ନ କୁମାର ଦଳାଇ, ସନ୍ତୋଷ କୁମାର ଦାଶ, ସିଡିପିଓ ଗାଙ୍ଗୀ ସୁବୁଦ୍ଧି, ଏପିଇଓ ଅନିଲ ପାଣି, ସିପି ଦଣ୍ଡପାଣି ଦାଶଙ୍କ ସମେତ ବହୁ ଅଙ୍ଗନବାଡି କର୍ମୀ ଉପସ୍ଥିତ ଥିଲେ।