ବିପୁଳ ପରିମାଣର ଦେଶୀ ମଦ ଜବତ, ୦୪ ଗିରଫ

ରାଇରଙ୍ଗପୁର, (ଅକ୍ଷୟ ବିଶ୍ବାଳ):ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମଧୁବନ, ଘୁଙ୍ଗୁ ପାହାଡି, ବଡାମତଳିଆ ଓ ଦୁମାଡ଼ିହି ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୮୯ ଲିଟର ଦେଶୀ ରନ୍ଧା ମଦ ଜବତ ସହିତ ମୋଟ ୦୪ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l ଉକ୍ତ ଚଢ଼ାଉରେ ସହ ଉପ-ନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଦିଲ୍ଲୀପ କୁମାର ଜେନା, ଅରୁଣ କୁମାର ମୁଦୁଲି, ବିପ୍ଳବ କୁମାର ମଲ୍ଲିକ, ରାଜେନ୍ଦ୍ର ସେନାପତି, ଫୁଲମଣୀ ହାଁସଦା ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ