ରାଜପୁର ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ପ୍ରଧାନ ଶିକ୍ଷୟିତ୍ରୀ ଅନିତା ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସାନଖେମୁଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ ମୂଖ୍ଯଅତିଥି ଭାବେ ଯୋଗ ଦେଇଥିବା ବେଳେ ଖେମୁଣ୍ଡି ଓକିଲ ସଂଘ ସଭାପତି ହରପ୍ରସାଦ ରଥ, ଦିଗପହଣ୍ଡି ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ବିଜୟ ବିଷୋୟୀ, ଉପାଧ୍ଯକ୍ଷା ଲକ୍ଷ୍ମୀ ସେଠୀ, ସିଆରସିସି ସୁବ୍ରତ କୁମାର ପଣ୍ଡା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ଅଭିଭାବକ, ଶିକ୍ଷୟିତ୍ରୀ ଶିକ୍ଷକ ଙ୍କ ସମ୍ମିଳିତ ଉଦ୍ୟମ ହିଁ ବିଦ୍ଯାର୍ଥୀ ମାନଙ୍କୁ ଚରିତ୍ରବାନ ସହ ଭବିଷ୍ୟତରେ ସୁନାଗରିକ ଭାବେ ଗଢି ତୋଳିବାରେ ସହାୟକ ହେବ ବୋଲି ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ।ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।ସହକାରୀ ଶିକ୍ଷକ ରାଧାକୃଷ୍ଣ ପ୍ରଧାନଙ୍କ ସଂଯୋଜନାରେ ଶିକ୍ଷୟିତ୍ରୀ ପଦ୍ମିନୀ ବେହେରା ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିବା ବେଳେ ଶେଷରେ ଶିକ୍ଷୟତ୍ରୀ ପ୍ରିୟଙ୍କା ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।