ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା କଲେ ଜିଲ୍ଲାପାଳ

କୋରାପୁଟ,(ହେମନ୍ତ ପାଣଗ୍ରାହୀ): ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ସେବାର ଅଗ୍ରଗତି ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ ଯୋଜନାର କାର୍ଯ୍ୟକାରିତାକୁ ନେଇ ସମୀକ୍ଷା କରାଯାଇଥିଲା । କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ ଯୋଗଦେଇ ଏହି ସମୀକ୍ଷା କରିଥିଲେ। ଭିତ୍ତି ଭୂମିର ବିକାଶ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଯେଉଁ କାର୍ଯ୍ୟକାରୀ ସଂସ୍ଥା କାର୍ଯ୍ୟ କରୁଛନ୍ତି ତାହାକୁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।ଏହି ସମୀକ୍ଷା ବୈଠକରେ ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ବରଦା କାନ୍ତ ମିଶ୍ର, ଏଡିପିଏଚଓ( ପରିବାର କଲ୍ୟାଣ) ଡାକ୍ତର ନୀଳ ମାଧବ ଶତପଥି, ଜୟପୁର ସଦର ମହକୁମା ଡାକ୍ତରଖାନାର ଅଧିକ୍ଷକ ଡାକ୍ତର ରବି ନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ମାନଙ୍କ ସହ ଜିଲ୍ଲା ଶିଶୁ ବିକାଶ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଡିପିଏମ ଶୁଭକାନ୍ତ ଗନ୍ତାୟତ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ