୧୦ ବର୍ଷରେ ସଡ଼କ ଦୁର୍ଘଟଣାରେ ଯାଇଛି ୪୭,୦୦୦ରୁ ଉର୍ଦ୍ଧ୍ୱ ଜୀବନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ପ୍ରତିବର୍ଷ ଆମ ରାଜ୍ୟ ଓଡ଼ିଶାରେ ପାଖାପାଖି ୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କର ସଡ଼କ ଦୁର୍ଘଟଣାରେ ପ୍ରାଣହାନୀ ଘଟୁଛି । ଗତ ୧୦ ବର୍ଷରେ ଓଡ଼ିଶାରେ ୪୭,୦୦୦ରୁ ଉର୍ଦ୍ଧ୍ୱ ଲୋକ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି । ଦ୍ରୁତ ଗତିରେ ଗାଡ଼ି ଚଳାଇବା, ଭୁଲ୍ ରାସ୍ତାରେ ଏବଂ ଟ୍ରାଫିକ୍ ନିୟମ ନମାନି ଗାଡ଼ି ଚଳାଇବା, ମାଦକ ଦ୍ରବ୍ୟ ସେବନ ସଡ଼କ ଦୁର୍ଘଟଣାର ପ୍ରମୁଖ କାରଣ ହେଉଛି ବୋଲି ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ପାଳନର ଶେଷ ଦିବସରେ ଯୋଗ ଦେଇଥିବା ଅତିଥିମାନେ ମତ ପ୍ରକାଶ କରିଥିଲେ । ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାଇଁ ଭାରତ (ନେହେରୁ ଯୁବ କେନ୍ଦ୍ର, ଖୋର୍ଦ୍ଧା) ଏବଂ କମିଶନରେଟ୍ ପୁଲିସ୍‌, ଭୁବନେଶ୍ୱରର ମିଳିତ ସହଯୋଗରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ରୂପେ ରାଜା ମଧୁସୂଦନ ଦେବ ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଶାନ୍ତ ରାଉତ, ସବ୍ ଇନ୍ସପେକ୍ଟର ସୌରଭ ଭୋଇ, ସବ୍ ଇନ୍ସପେକ୍ଟର କାହ୍ନୁଚରଣ ମଲ୍ଲିକ ଏବଂ ମାଇଁ ଭାରତର ଯୁବ ଅଧିକାରୀ ବିପିନ୍ କୁମାର ପ୍ରମୁଖ ଯୋଗଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମ ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ସ୍ଥାନରେ ଜାନୁୟାରୀ ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ଚାଲୁ ରହିଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ