ଅଗ୍ନିବିପନ୍ନଙ୍କୁ ଭେଟିଲେ ବିଧାୟକଙ୍କ ପ୍ରତିନିଧି
ବନ୍ତ, (ଚାନ୍ଦିନୀ ମହାନ୍ତି): ବନ୍ତ ତହସିଲ ଅଧିନ ଗଭରପୁର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୭ ପରିବାରର ୭ ବଖରା ଘର ଭଷ୍ମୀଭୂତ ହୋଇଯାଇଥିଲା । ଖବର ପାଇ ବିଧାୟକ ପ୍ରତିନିଧି ଇଂ. ପ୍ରୟାସକାନ୍ତି ସାମଲ ବିପନ୍ନ ପରିବାରଙ୍କୁ ଭେଟି ସମବେଦନା ଜଣାଇବା ସହିିତ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏଥିସହ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିବେ ବୋଲି ପ୍ରତିଶୃତି ଦେଇଥିଲେ । ତାଙ୍କ ସହିତ ଜିଲ୍ଲାପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡେଇ, ନିର୍ବାଚନ ମଣ୍ଡଳୀ ଯୁବ ବିଜେଡି ସଭାପତି ବିପିନ ନାୟକ, ବ୍ଲକ୍ ଛାତ୍ର ବିଜେଡି ସଭାପତି ପ୍ରଣବ କିଶୋର ଲେଙ୍କା, ବନ୍ତ ସମିତିସଭ୍ୟ ପରମେଶ୍ୱର ବାରିକ ଉପସ୍ଥିତ ଥିଲେ ।


