ଅଗ୍ନିଶମ କର୍ମଚାରୀ ଙ୍କ ପାଇଁ ଖୁସି ଖବର ଘର ଭଡା ସହିତ ସେମାନଙ୍କୁ ଭର୍ତ୍ତା ବୃଦ୍ଧି
ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ଅଗ୍ନିଶମ କର୍ମଚାରୀଙ୍କ ପାଇଁ ଖୁସି ଖବର । ଅଗ୍ନିଶମ କର୍ମଚାରୀଙ୍କୁ ଘରଭଡ଼ା ଦେବା ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ‘ଏକ୍ସ’ରେ ଲେଖାଯାଇଛି ଯେ, ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଦିଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଳିଷ୍ଠ ପଦକ୍ଷେପ । ବିଭିନ୍ନ ପରିସ୍ଥିତିରେ ଲୋକଙ୍କୁ ତ୍ୱରିତ ସେବା ଯୋଗାଉଥିବା ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ପ୍ରଦାନ ସହ ସେମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏହାଦ୍ଵାରା ୬୦୫୮ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ।ଫେବୃୟାରୀ ଆରମ୍ଭରୁ ଖୁସି ଖବର ଦେଲେ ମୁଖ୍ୟମନ୍ତ୍ରୀ । ତେବେ କେବଳ ଭତ୍ତା ନୁହେଁ ଏଣିକି ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର ।