ଅଙ୍ଗନବାଡ଼ି ଓ ଆଶାକର୍ମୀଙ୍କୁ କରୋନା
ଭୁବନେଶ୍ୱର: ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ସାରା ଓଡ଼ିଶାକୁ କବବିତ କରିବା ପାଇଁ ଉଦ୍ୟମ ଚଳାଇଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ଫଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିରେ ଲାଗିଛି । ଏହାରି ଭିତରେ ଆଜି ଚିହ୍ନଟ ହୋଇଥିବା ୧୨୯ଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୧୮ ଜଣ ରହିଛନ୍ତି ।
ସମ୍ପୃକ୍ତ ୧୮ ଜଣଙ୍କ ସମ୍ପର୍କରେ ଜିଲ୍ଲାପାଳ ସମର୍ଥ ବର୍ମା ତଥ୍ୟ ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୧୨ ଜଣ ଗୁଜୁରାଟ, କର୍ଣ୍ଣାଟକ ଓ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାଯାଇଛି । ବାକି ଆକ୍ରାନ୍ତଙ୍କ ମଧ୍ୟରେ ଅଙ୍ଗନବାଡ଼ି କର୍ମୀ, ଆଶ ଦିଦି ଓ ସଫେଇ କର୍ମଚାରୀ ଅଛନ୍ତି । ଏମାନେ ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ କ୍ୱାରେଣ୍ଟାଇନ କେନ୍ଦ୍ରରେ ନିୟୋଜିତ ଥିଲେ ବୋଲି ଜିଲ୍ଲାପାଳ ଶ୍ରୀ ବର୍ମା ସୂଚନା ଦେଇଛନ୍ତି ।