ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ଗୁରୁତର
ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଚୈତନ୍ୟପଡା ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ପୁରୁଷୋତ୍ତମପୁର ଥାନା ଯୋଗିଆପଲ୍ଲୀ ଗ୍ରାମର ସୁବାସ ଚନ୍ଦ୍ର ପଣ୍ଡା (୫୦)। ସେହି ରାସ୍ତା ଦେଇ ଯାଉଥିବା ୨ ଯୁବକ ଗୁରୁତର ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ପ୍ରକାଶ ଯେ, ଗୁରୁବାର ଅପରାହ୍ନରେ ସୁବାସ ମୋଟର ସାଇକେଲ ଯୋଗେ ଗ୍ରାମରୁ ହିଞ୍ଜିଳିକାଟୁ ଅଭିମୁଖେ ଯାଉଥିବା ବେଳେ ଚୈତନ୍ୟପଡା ଛକ ନିକଟରେ କୈାଣସି ଏକ ଗାଡି ମୋଟର ସାଇକେଲକୁ ଧକ୍କା ଦେଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା। ଦୂର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୂର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।