ଅଜଣା ଗାଡି ଧକ୍କାରେ ବାଇକ୍ ଚାଳକ ମୃତ

କଳାହାଣ୍ଡି, (ଯୁଗାବ୍ଦ ନ୍ୟୁଜ) : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପାଲଯୋର୍ ମୁଖ୍ୟ ରାସ୍ତାରେ ଏକ ଦୁର୍ଘଟଣା ଘଟିଯାଇଛି । ଦୁର୍ଘଟଣାରେ ଟେଭାକଲମ୍ ଗ୍ରାମର ସିଗେସନ ନାଏକ (୨୨) ନିଜ ପତ୍ନୀ ଙ୍କୁ ନେଇ ଥୁଆମୂଳ ରାମପୁରରୁ ନିଜ ଗାଁ କୁ ଫେରୁଥିବା ବେଳେ ସାମ୍ନା ପଟୁ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଫଳରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ଓ ପରେ ତାଙ୍କୁ ଭବାନୀପାଟଣା ଡାକ୍ତରଖାନାକୁ ପଠାଯାଇଥିଲା ସେଠାରେ ସିଗେସନ ନାଏକ ର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ