ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ।
ଦିଗପହଣ୍ଡି,(ଓ୍ବାଇଏନ୍ଏସ୍): ବୁଧବାର ସନ୍ଧ୍ୟାରେ ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ଓ ମୌଳାଭଞ୍ଜା ମୂଖ୍ଯ ରାସ୍ତାରେ କୌଣସି ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।ମୃତକ ଜଣକ ଗଜପତି ଜିଲ୍ଲା ଚନ୍ଦ୍ରଗିରି ଗ୍ରାମର କୃଷ୍ଣ ପୃଷ୍ଟି (୩୨) ବୋଲି ପରିଚୟ ମିଳିଛି।ସେ ନିଜ ପେସନ ବାଇକ (ଓଡି୨୦ଏ ୨୪୧୯) ଯୋଗେ ଦିଗପହଣ୍ଡି ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା କୁହାଯାଇଛି।ରାସ୍ତା ଉପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବା ଖବର ପାଇ ଦିଗପହଣ୍ଡି ଦମକଳ ବାହିନୀ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରିଥିଲେ।ତେବେ ଉପସ୍ଥିତ ଡାକ୍ତର କୃଷ୍ଣଙ୍କ ମୃତ୍ୟୁ ହୋଇ ସାରିଥିବା ଘୋଷଣା କରିଥିଲେ।ପରେ ଦିଗପହଣ୍ଡି ପୋଲିସ ସ୍ବାସ୍ଥ୍ଯକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ବ୍ଯବଚ୍ଛେଦ ନିମନ୍ତେ ପଠାଇଥିବା ଜଣାପଡିଛି।


