ଅଜଣା ଗାଡି ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ

ଭଞ୍ଜନଗର,(ସନ୍ତୋଷ କୁମାର ଜେନା): ଗଂଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଗ୍ରାମ ନିକଟରେ ଏକ ଦୁର୍ଘଟଣା ଘଟି ଶିବ ଶଙ୍କର ବିଷୋୟୀ (୪୫) ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନା ମୁତାବକ ଲଣ୍ଡେଇସାହି ଗ୍ରାମର ଶିବ ଶଙ୍କର କୌଣସି କାମରେ କୁଲାଡ଼ ଯାଇ ଫେରୁଥିବା ବେଳେ ସାହାଣପଲ୍ଲୀ ଗ୍ରାମ ମୁଖ୍ୟ ସଡକ ଉପରେ କୌଣସି ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଘଟଣା ସ୍ଥଳରେ ଗୁରୁତର ଅବସ୍ଥାରେ ପଡିଥିବା ବେଳେ ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଂଜନଗର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ଭଞ୍ଜନଗର ପୋଲିସ ପହଂଚି ମୃତ ଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ