ଅତିରିକ୍ତ ଜିଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଜନଶୁଣାଣି ଶିବିର

ନବରଙ୍ଗପୁର,(ୱାଇଏନଏସ) ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ ଏବଂ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆଦିତ୍ୟ ସେନ୍ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ରଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୫୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ମୁଖ୍ୟତଃ ରାସନ୍ କାର୍ଡ,ପ୍ରଧାନମନ୍ତ୍ରୀ ଆବାସ ,ମଣ୍ଡି ଟୋକନ୍, ଚିକିତ୍ସା ସାହାଯ୍ୟ, ରାସ୍ତା ନିର୍ମାଣ ଉପରେ ଅଭିଯୋଗ ରହିଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ