ଅତିରିକ୍ତ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ 

କଳାହାଣ୍ଡି, (ରଜନୀକାନ୍ତ ମିଶ୍ର) :-ଆଜି ସ୍ଥାନୀୟ କଲମପୁର ବ୍ଲକ ସ୍ଥିତ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ସଚିନ ପାୱାରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କଲମପୁର ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୩୯୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥି ମଧ୍ୟରୁ ୩୭୩ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୨୭ଟି ଅଭିଯୋଗ ର ସମାଧାନ ତୁରନ୍ତ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ