ଅନସ୍ଲୋ ଅନୁଷ୍ଠାନ ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ୧୫୯ ତମ ଜନ୍ମ ଜୟନ୍ତି ପାଳିତ

ଛତ୍ରପୁର,(ଦେବଦତ୍ତ ମହାରଣା): ଛତ୍ରପୁର ର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାମୀ ବିବେକାନନ୍ଦ ଯୁବ ସମାଜ ଓ ଅନସ୍ଲୋ ସରକାରୀ ଉଚ୍ଚବିଦ୍ୟାଳୟ ର ମିଳିତ ଆନୁକୁଲ୍ୟରେ ଉଚ୍ଚବିଦ୍ୟାଳୟ ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ୧୫୯ ତମ ଜନ୍ମ ଜୟନ୍ତି ( ଜାତୀୟ ଯୁବ ଦିବସ) ସ୍ୱାମୀ ବିବେକାନନ୍ଦ ଯୁବ ସମାଜର ସଭାପତି ସୁଧୀର କୁମାର ସାହୁଙ୍କ ସଭାପତିତ୍ୱ ରେ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) କବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ବିବେକାନନ୍ଦଙ୍କ ସ୍ମୃତି ଚାରଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସରକାରୀ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ କିଶୋର ଚନ୍ଦ୍ର ବେହେରା, ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ରାଜେଶ କୁମାର ଗୁପ୍ତା , ଛତ୍ରପୁର ଓକିଲ ସଂଘ ର ପୂର୍ବତନ ସଭାପତି ରାମଚନ୍ଦ୍ର ବେହେରା, କ୍ୟୁୟୁର୍ସ ଅନୁଷ୍ଠାନର ସଂପାଦକ ଅରୁଣ କୁମାର ଶତପଥୀ,ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବାଉରୀ ବନ୍ଧୁ ପଣ୍ଡା, ଅନସ୍ଲୋ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦିଲ୍ଲୀପ କୁମାର ସାମଲ, ପୁରାତନ ଛାତ୍ର ସଂଘର ସଂପାଦକ ତଥା ଶିକ୍ଷାବିତ୍ ଶ୍ରୀକାନ୍ତ ମହାନ୍ତି , ଶିକ୍ଷକ ଜଗଦୀଶ ପଲାଇ,ଶିକ୍ଷୟତ୍ରୀ ଦେବସ୍ମିତା ମହାନ୍ତି ଓ ସରିତା ପାଠୀ ପ୍ରମୁଖ ଯୋଗ ଦେଇ ସ୍ୱାମୀ ବିବେକାନନ୍ଦଙ୍କ ଉପରେ ଗୁଣଗାନ କରିଥିଲେ । ପ୍ରାରମ୍ଭରେ ଅନସ୍ଲୋ ଉଚ୍ଚବିଦ୍ୟାଳୟ ପରିସରରେ ଥିବା ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୁର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଥିଲା । ଏହି ଅବସରେ ବିଦ୍ୟାଳୟ ଓ ଅନ୍ୟାନ୍ୟ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟ ରେ ବକୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲ। । କୃତି ଛାତ୍ରଛାତ୍ରୀଙ୍କୁ ଅତିଥୀ ମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲ। ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ