ଅନସ୍ଲୋ ଉଚ୍ଚବିଦ୍ୟାଳୟ ୧୬୫ତମ ବାର୍ଷିକ ଉତ୍ସବ
ଛତ୍ରପୁର: ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ୧୬୫ତମ ବାର୍ଷିକ ଉତ୍ସବ ଛତ୍ରପୁର ବିଇଓ ଅବିନାଶ ଶତପଥୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ବଦ୍ୟାଳୟର ସ୍ମୃତି ଉପରେ ଆଲୋକପାତ କରିଥିଲେ । ମୁଖ୍ୟବକ୍ତା ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୁରୀ ଯୋଗ ଦେଇଥିବାବେଳେ ସମ୍ମାନୀୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ଦିଲ୍ଲୀପ କୁମାର ସାମଲ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ସୁନାଗରିକ ହେବା ନିମନ୍ତେ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବାଉରିବନ୍ଧୁ ପଣ୍ଡା ବାର୍ଷିକ ବିବରଣୀ ପାଠ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ଶିକ୍ଷକ ଜଗଦୀଶ ଚନ୍ଦ୍ର ପଲେଇ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀମାନେ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଅତିଥିମାନଙ୍କ ଦ୍ୱାରା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ।


