ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଯାପିତ
ଛତ୍ରପୁର, (ଦେବଦତ୍ତ ମହାରଣା):ସ୍ଥାନୀୟ ଅନସ୍ଲୋ ମିନି ଷ୍ଟାଡିୟମ ଠାରେ ଦୁଇ ଦିନ ଧରି ଚାଲିଥିବା ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଉଦଯାପିତ ହୋଇଯାଇଛି । ଏଥିରେ ଛତ୍ରପୁର ତହସିଲଦାର ପ୍ରକାଶ କୁମାର ମିଶ୍ର, ବ୍ଲକ ଶିକ୍ଷାଧିକାରୀ ସୀତାରାମ ପାତ୍ର ଅତିଥି ରୂପେ ଯୋଗ ଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ଗତ ଦୁଇ ଦିନ ଧରି ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରକାର ଖେଳ ପ୍ରତିଯୋଗତା ଅନୁଷ୍ଠିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବାଉରୀ ବନ୍ଧୁ ପଣ୍ଡା, ବିଜ୍ଞାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ପଲାଇ, ଦାମୋଦର ପାଢୀ, ଅମୃତା ପାଣିଗ୍ରାହୀ, ସୁଚିତ୍ରା ପାଣିଗ୍ରାହୀ, ଦେବସ୍ମିତା ମହାନ୍ତି, ବିଦ୍ୟାଧର ଦାଶ, ଅଞ୍ଜନା ଶ୍ରୀ ବାଡତ୍ୟା, ବ୍ଲେସି ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ ।