ଅନୁଗୁଳ ନାଲକୋ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୧ମିଲିୟନ ଟନ୍ ବୃଦ୍ଧି କରାଯାଉ : ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, (ଓ୍ବାଇଏନ୍ଏସ୍) : ଅନୁଗୁଳ ଜିଲ୍ଲା ସ୍ଥିତ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିବା ପରେ ଏ ସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ (ସିିି) ଆରମ୍ଭ କରିବାକୁ ମଧ୍ୟ ପ୍ରସ୍ତାବ ଦେଇଛନ୍ତି ।
ଉଲ୍ଲେଖ କରିଛନ୍ତି ଯେ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ) ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଓଡିଶାର ଅନୁଗୁଳ ଜିଲ୍ଲାରେ ସେମାନଙ୍କ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି । ଉଲ୍ଲେଖ କରିଛନ୍ତି ଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହା ମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି । ସୂଚନାଯୋଗ୍ୟ ଯେ ଆଲୁମିନିୟମ ତରଳିବା ଏକ ଅତ୍ୟଧିକ ଶକ୍ତି ନିବାରଣ ପ୍ରକ୍ରିୟା ଏବଂ ଏହି ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପର ସମ୍ଭାବ୍ୟ ୧୪୦୦ ମେଗାୱାଟ ଫିଡର ସିିିରେ ନିରନ୍ତର କୋଇଲା ଯୋଗାଣ ଉପରେ ନିର୍ଭରଶୀଳ । ଏହି ପରିପ୍ରେକ୍ଷୀରେ ଅନୁଗୁଳରେ ଆଲୁମିନାର ପ୍ରଚୁର ଉପଲବ୍ଧିକୁ ଦୃଷ୍ଟିରେ ରଖି ଅନୁଗୁଳ ଜିଲ୍ଲା ସ୍ଥିତ ନାଲକୋର ଆଲୁମିନିୟମ୍ ସ୍ମେଲଟର ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ ଉତ୍ପାଦନ କ୍ଷମତା ୧ ମିଲିୟନ ଟନ୍ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ପ୍ରସ୍ତାବ ଦେଇଛନ୍ତି । ସେହି ପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଂଟ ଆରମ୍ଭ କରିବାକୁ ପତ୍ରରେ ପ୍ରସ୍ତାବ ଦେଇଛନ୍ତି । ଏହାଦ୍ୱାରା ସ୍ମେଲଟର ୟୁନିଟ୍ ଏବଂ କୋଇଲା ବ୍ଲକ ଲଜିଷ୍ଟିକ୍ ଦକ୍ଷତା ଦ୍ୱାରା ଉପକୃତ ହେବ ବୋଲି ପ୍ରଧାନ ଚିଠିରେ ଉଲ୍ଲେଖ କରିଛନ୍ତି ।


