ଅନୁଦାନ ପ୍ରାପ୍ତ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ

ପୋଲସରା – ଓଡ଼ିଶା ନୂତନ ଅନୁଦାନ ପ୍ରାପ୍ତ ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ ସଙ୍ଘର ରାଜ୍ୟ ସମ୍ମିଳନୀ ଗଂଜାମ ଜିଲ୍ଲା ଅନ୍ତର୍ଗତ ପୋଲସରା ଲୁଣିଘାଟି ପଡ଼ିଆରେ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ, ଆସିକା ବିଧାୟିକା ମଞ୍ଜୁଳା ସ୍ଵାଇଁ, ଗଞ୍ଜାମ ଜିଲ୍ଲା ଶିକ୍ଷା ଅଧିକାରୀ ବନିତା ସେନାପତି ଓ ପୋଲସରା ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ ପ୍ରମୁଖ ଯୋଗଦେଇଥିଲେ। ଶିକ୍ଷକ ଓ କର୍ମଚାରୀ ସଂଘର ରାଜ୍ୟ ସଭାପତି ପ୍ରଶାନ୍ତ କୁମାର ପତି ଏହି ସମ୍ମିଳନୀରେ ଅଧ୍ୟକ୍ଷତା କରିଥିବା ବେଳେ ରାଜ୍ୟ ସାଧାରଣ ସମ୍ପାଦକ ବିଭୁ ପ୍ରସାଦ ପଣ୍ଡା ବିବରଣୀ ପଠନ କରି ଶିକ୍ଷକ ଓ କର୍ମଚାରୀ ବୃନ୍ଦଙ୍କ ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ। ଏହି ସମ୍ମିଳନୀରେ ରାଜ୍ୟର ବିଭିନ୍ନ ଜିଲ୍ଲା କର୍ମକର୍ତ୍ତା, ବ୍ଲକ କର୍ମକର୍ତ୍ତାଙ୍କ ସମେତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଯୋଗଦେଇଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ