ଅନୁପସ୍ଥିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବାଲେଶ୍ୱର, (ସରୋଜ ପଣ୍ଡା) :-ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ଦୁଇଟି ପର୍ଯ୍ୟାୟ ନିର୍ବାଚନ ପାଇଁ ନିୟୋଜିତ ହୋଇଥିବା ପ୍ରିଜାଇଡିଂ ଓ ପୋଲିଂ ଅଧିକାରୀମାନଙ୍କ ମଧ୍ୟରୁ କିଛି ଅଧିକାରୀ ବିନା କାରଣରେ ଅନୁପସ୍ଥିତ ରହିଥିବା ଜଣାଯାଇଛି । ଏପରିକି କିଛି ଅଧିକାରୀ ଜିଲା ପ୍ରଶାସନକୁ କୌଣସି ସୂଚନା ନ ଦେଇ କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି । ଯେଉଁ ପ୍ରିଜାଇଡିଂ ଓ ପୋଲିଂ ଅଧିକାରୀ ବିନା କାରଣରେ ନିର୍ବାଚନ କାର୍ଯ୍ୟରେ ଯୋଗ ଦେଇ ନାହାଁନ୍ତି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ କେ ସୁଦର୍ଶନ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଆଗକୁ ହେବାକୁ ଥିବା ଆହୁରି ତିନିଟି ପର୍ଯ୍ୟାୟ ମତଦାନ ପାଇଁ ନିୟୋଜିତ ପ୍ରିଜାଇଡିଂ ଓ ପୋଲିଂ ଅଧିକାରୀଙ୍କୁ ମଧ୍ୟ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ