ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଦୃଷ୍ଟିବାଧିତଙ୍କ ବିକାଶ ଲାଗି କାର୍ଯ୍ୟକରୁଥିବା ରାଜ୍ୟର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ବିଚ୍ଛନ୍ଦ ଟ୍ରଷ୍ଟ ଅଫ୍ ୱେଲଫେୟାର୍ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ବୁଲନ୍ ଭାଇ ସେବା ସଦନ ଠାରେ ଟ୍ରଷ୍ଟର ଅଧ୍ୟକ୍ଷ ପ୍ରକାଶ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିରୂପେ ମେଜର ଡ. କଳ୍ପନା ଦାସ, ମୁଖ୍ୟବକ୍ତାରୂପେ ଡ଼. ସୌଭାଗ୍ୟ ରାଉତରାୟ, ସମ୍ମାନୀତ ଅତିଥିରୂପେ ରାମକୃଷ୍ଣ ଶର୍ମା, ସନ୍ନ୍ୟାସୀ କୁମାର ବେହେରା, ଜଗନ୍ନାଥ ପ୍ରଧାନ, ଲିଲୁ ରାଉତରାୟ, ବୁଲନ୍ ଭାଇ ଏବଂ ରାକେଶ ରଞ୍ଜନ ବିଶ୍ୱାଳ ପ୍ରମୁଖ ଯୋଗଦେଇ ଭିନ୍ନକ୍ଷମ ଦିବସର ମହତ୍ୱ ଓ ତା’ର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ଦୁଇ ଶହ ଦୃଷ୍ଟିବାଧିତ ବ୍ୟକ୍ତିଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା । ଶେଷରେ ଅଧ୍ୟାପକ ସେକ୍ ସମଦ କଳାପାହାଡ଼ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ