ଅନ୍ତିମ ଦିବସରେ କେନ୍ଦ୍ରାପଡା ଜିଲ୍ଲାରେ ୩୩୫୯ପ୍ରାର୍ଥୀପତ୍ର ଦାଖଲ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିର୍ଦେଶକ୍ରମେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଅବାଧ, ମୁକ୍ତ ଓ ନିରପେକ୍ଷ ଭାବେ ତଥା ଆଦର୍ଶ ଆଚରଣ ବିଧି ପାଳନ ପୂର୍ବକ ଜିଲ୍ଲାରେ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲ କାର୍ଯ୍ୟ ସମାପନ କରିବାକୁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଜିଲ୍ଲାର ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି । ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲର ଅନ୍ତିମ ଦିବସରେ ୱାର୍ଡସଭ୍ୟ, ସରପଞ୍ଚ, ସମିତିସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ମୋଟ ୩୩୫୯ଜଣ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେଥିମଧ୍ୟରୁ ୨୪୪୧ଜଣ ୱାର୍ଡସଭ୍ୟ, ୪୬୧ଜଣ ସରପଞ୍ଚ, ୩୬୮ଜଣ ସମିତିସଭ୍ୟ ଓ ୮୯ଜଣ ଜିଲ୍ଲା ପରିଷଦ ସଭ୍ୟ ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲର ପ୍ରଥମ ଦିବସରୁ ଅଦ୍ୟାବଧି ଜିଲ୍ଲାରେ ସର୍ବମୋଟ ୧୦ହଜାର ୫୮୭ଟି ପ୍ରାର୍ଥୀପତ୍ର ଦାଖଲ ହୋଇଛି । ସେଥିମଧ୍ୟରୁ ୮ହଜାର ୧୬୬ ୱାର୍ଡସଭ୍ୟ ପଦରେ, ୧୨୮୫ ସରପଞ୍ଚ ପଦରେ ୯୯୪ ସମିତି ସଭ୍ୟ ପଦରେ ଏବଂ ୧୪୨ଜଣ ପ୍ରାର୍ଥୀ ଜିଲ୍ଲା ପରିଷଦ ସଭ୍ୟ ପଦରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ