ଅନ୍ୱେଷା ସଙ୍ଗରୋଧ କେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ କଲେ ବିଧାୟକ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା)-ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ପାରଳାଖେମୁଣ୍ଡି ଉପକଣ୍ଠରେ ଥିବା ବେତାଗୁଡା ସ୍ଥିତ ଅନ୍ୱେଷା ସଙ୍ଗରୋଧ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ପ୍ରଶ୍ନ କରିଛନ୍ତି । ସେଠାରେ ରହୁଥିବା ଲୋକମାନଙ୍କୁ ପୁଷ୍ଟିକର ଖାଦ୍ୟ ଏବଂ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯାଉନାହିଁ ବୋଲି ସେ ଏକ ପ୍ରେସ ବାର୍ତ୍ତା ମାଧ୍ୟମରେ ଜଣାଇଛନ୍ତି । ଭାରତ ସରକାର କରୋନାକୁ ନିୟନ୍ତ୍ରଣ କରିବା ପାଇଁ ଅନେକ ପଦକ୍ଷେପ ନେଇଥିଲେ ମଧ୍ୟ ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ସଠିକ ପଦକ୍ଷେପ ନେଇପାରୁ ନାହାଁନ୍ତି ବୋଲି ସେ ଅଭିଯୋଗ କରିଛନ୍ତି । ପାରଳା ବିଧାୟକ ବାରମ୍ବାର ସଙ୍ଗରୋଧ କେନ୍ଦ୍ର ଗୁଡିକରେ ଅବ୍ୟବସ୍ଥା ନେଇ ପ୍ରଶ୍ନ ଉଠାଇଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଦୁଃଖର ବିଷୟ ବୋଲି ବିଧାୟକ କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ