ଅବପାତର ରୂପ ନେବ ଲଘୁଚାପ: ଚାରି ଉପକୂଳ ଜିଲ୍ଲାକୁ ସତର୍କ

ଭୁବନେଶ୍ବର : ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେଉଛି। ଆଜି ସନ୍ଧ୍ୟାରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି । ଆଇଏମ୍‌ଡି ଅନୁସାରେ ଲଘୁଚାପ ଆଜି ସନ୍ଧ୍ୟାରେ ଅବପାତରେ ପରିଣତ ହେବ । ଆସନ୍ତା କାଲି ସନ୍ଧ୍ୟା ବେଳକୁ ତାହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ତେବେ ଏହା କେଉଁଠି ଲ୍ୟାଣ୍ଡ ଫଲ୍‌ କରିବ ଜଣାପଡିନାହିଁ । ତେବେ ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି ବାତ୍ୟା ଯୋଗୁ ଉତ୍ତର ଓଡ଼ିଶା ପ୍ରଭାବିତ ହୋଇପାରେ ବୋଲି କହିଛନ୍ତି ଏସ୍‌ଆରସି ପ୍ରତୀପ ପ୍ରଦୀପ ମହାପାତ୍ର । ମୁଖ୍ୟତଃ ଚାରି ଉପକୂଳ ଜିଲ୍ଲା ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାର ଜିଲ୍ଲାପାଳ ସହ ଆଲୋଚନା କରାଯାଇ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ କୁହାଯାଇଛି । ସେଲଟର ହୋମ, ସ୍ଥାନାନ୍ତରଣ ପ୍ରସଙ୍ଗରେ ମଧ୍ୟ ଆଲୋଚନା କରାଯାଇଛି । ସେହିପରି ପୁଲିସ୍‌, ଅଗ୍ନିଶମ, ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସହ ପ୍ରାଥମିକ ଆଲୋଚନା ରହିଛି । ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌ କରାଯାଇଛି । ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ବିଶେଷ କରି ଗଜପତିରୁ ମୟୂରଭଞ୍ଜ ଯାଏ ୧୨ଟି ଜିଲ୍ଲାକୁ ଏନେଇ ସତର୍କ କରାଯାଇଛି । ସରକାର ଏନେଇ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବାର କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ