ଅବସରପ୍ରାପ୍ତ ରେଳବାଇ କର୍ମଚାରୀଙ୍କୁ ଦିଆଯିବ କୋଭିଡ୍ ଟୀକା

ଭୁବନେଶ୍ୱର,( ୱାଇଏନ୍‌ଏସ୍): ପୂର୍ବତଟ ରେଳବାଇର ଅବସର ପ୍ରାପ୍ତ କର୍ମଚାରୀ ଓ ସେମାନଙ୍କ ଉପରେ ନିର୍ଭରଶୀଳ ୬୦ ବର୍ଷରୁ ଉର୍ଦ୍ଧ ସଦସ୍ୟ ମାନଙ୍କୁ ଭୁବନେଶ୍ୱରର ମେଂଚଶ୍ୱରସ୍ଥିତ ରେଳବାଇ କେନ୍ଦ୍ରୀୟ ଚିକିତ୍ସାଳୟରେ କୋଭିଡ୍ ଟୀକା ପ୍ରଦାନ କରାଯିବ । ଅବସରପ୍ରାପ୍ତ ରେଳବାଇ କର୍ମଚାରୀମାନେ ସରକାରୀ ଛୁଟି ଦିନ ବ୍ୟତୀତ ସପ୍ତାହର ସୋମବାର ଠାରୁ ଶୁକ୍ରବାର ମଧ୍ୟରେ ପୂର୍ବାହ୍ନ ୯ ଘଟିକା ଠାରୁ ଅପରାହ୍ନ ୪ ଘଟିକା ମଧ୍ୟରେ କେନ୍ଦ୍ରୀୟ ଚିକିତ୍ସାଳୟରେ ସେମାନଙ୍କ ନାମ ପଞ୍ଜିକରଣ କରିବା ପାଇଁ କୁହାଯାଇଅଛି ।ଅବସରପ୍ରାପ୍ତ ରେଳ କର୍ମଚାରୀମାନେ ସେମାନଙ୍କର ଆଧାର କାର୍ଡ (ବାଧ୍ୟତାମୂଳକ), ପ୍ୟାନ୍ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାସପୋର୍ଟ, ଆରଇଏଲଏଚଏସ୍ କାର୍ଡ ପଞ୍ଜିକରଣ ସମୟରେ ଦାଖଲ କରିବା ସହିତ ଓଟିପି ପାଇଁ ସେମାନଙ୍କର ଆଧାର ସଂଯୁକ୍ତ ମୋବାଇଲ୍ ନମ୍ବର ପାଖରେ ରଖିବା ଉଚିତ୍ ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ