ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ପଞ୍ଚାୟତ ଦୋଳପଦୀ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବିନ୍ଦ୍ର କୁମାର ତ୍ରିପାଠୀ(୬୨)ଙ୍କର ପରଲୋକ ଘଟିଛି । ଶରୀର ଅସୁସ୍ଥ ହେବାରୁ ତାଙ୍କୁ କଟକସ୍ଥିତ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ସକାଳରେ ତାଙ୍କର ପରଲୋକ ଘଟିଛି । ମରଶରୀର ଗ୍ରାମରେ ପହଞ୍ôଚବା ପରେ ଖବର ପାଇ ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ.ଶୁଭେନ୍ଦ୍ର କୁମାର ମିଶ୍ର, ଅଧ୍ୟାପକ ରାଜ କିଶୋର ଆଚାରୀ, କେଦାର ମହାନ୍ତି, ସରପଞ୍ଚ କୃପାସିନ୍ଧୁ ସେଠୀ, କୁନା ସାହୁ, ସୁବାଷ ବିଶ୍ୱାଳଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ôଚ ଶେଷ ଦର୍ଶନ କରିଥିଲେ । ମୃତ୍ୟୁ ଶର୍ଯ୍ୟା ନିକଟରେ ପତ୍ନୀ, ପୁତ୍ର, ଆତ୍ମିୟ ସ୍ୱଜନ ଉପସ୍ଥିତ ଥିଲେ । ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ନିଆଯାଇ ଅନ୍ତିମ ସଂସ୍କାର କରାଯାଇଥିଲା । ବଡପୁଅ ସୌମ୍ୟ ରଞ୍ଜନ ମୁଖାଗ୍ନି ଦେଇଥିଲେ । ସେ ଜଣେ ସରଳ, ମେଳାପୀ ଓ କର୍ତ୍ତବ୍ୟ ପରାୟଣ ଶିକ୍ଷକ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ