ଅବସରପ୍ରାପ୍ତ ଷ୍ଟେଟବ୍ୟାଙ୍କ କର୍ମଚାରୀଙ୍କ ପରଲୋକ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :ଭାରତୀୟ ଷ୍ଟେଟବ୍ୟାଙ୍କ କେନ୍ଦ୍ରାପଡା ଶାଖାର ଅବସରପ୍ରାପ୍ତ କର୍ମଚାରୀ ବଲ୍ଲଭ ନାୟକଙ୍କର ଭୁବନେଶ୍ୱରସ୍ଥିତ ଏକ ବେସରକାରୀ ଡାକ୍ତରଖାନାରେ ୭୨ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ୨୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି କେନ୍ଦ୍ରାପଡା ଷ୍ଟେଟବ୍ୟାଙ୍କ ଶାଖାରେ କାର୍ଯ୍ୟ କରିଥିଲେ । ସେ ଜଣେ କର୍ତ୍ତବ୍ୟନିଷ୍ଠ, ମେଳାପି ଓ ସାହାଯ୍ୟକାରୀ କର୍ମଚାରୀ ଭାବରେ ଜଣାଶୁଣା ଥିଲେ । ଅବସର ପରେ ସେ ରାମନଗରପାଟଣାସ୍ଥିତ ବାସଭବନରେ ଅବସ୍ଥାନ କରୁଥିଲେ । ତାଙ୍କ ଜନ୍ମସ୍ଥାନ ଶେରପୁର ଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର ସୈାଭାଗ୍ୟ ରଞ୍ଜନ ନାୟକ ମୁଖାଗ୍ନି ଦେଇଥିଲେ । ସ୍ୱର୍ଗତ ନାୟକଙ୍କ ବିୟୋଗରେ କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଙ୍ଘ ପକ୍ଷରୁ ସାଧାରଣ ସମ୍ପାଦକ ଗଣେଶ୍ୱର ମେକାପ ଗଭୀର ଶୋକବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ