ଅମ୍ଫାନ ବାତ୍ୟା କ୍ଷୟକ୍ଷତିର ଆକଳନ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କ ନିର୍ଦେଶ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ):ଅମ୍ଫାନ ବାତ୍ୟାରେ ଜିଲ୍ଲାର ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଥିବା ରାଜନଗର, ପଟ୍ଟାମୁଣ୍ଡାଇ ଓ ମହାକାଳପଡା ତହସିଲ ଅଧିନ ଗ୍ରାମ ଗୁଡିକର କ୍ଷୟକ୍ଷତି ସମ୍ପର୍କରେ ତଦନ୍ତ କରି ଏକମାସ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଆଜି ଅପରାହ୍ନରେ ଜିଲ୍ଲାପାଳ ସମର୍ଥ ବର୍ମା ଭିଡିଓ କନଫରେନ୍ସ ଯୋଗେ ତହସିଲଦାର ଅନ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି । ତହସିଲଦାରମାନେ ଘରଭଙ୍ଗା ରିପୋର୍ଟ ପ୍ରଦାନ କରିବାକୁ ଥିବା ବେଳେ ମତ୍ସ୍ୟ ବିଭାଗ, ଉଦ୍ୟାନକୃଷି ବିଭାଗ, ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ସମେତ ସମସ୍ତ ବିଭାଗ ସେମାନଙ୍କ ବିଭାଗ ଅନ୍ତର୍ଗତ ସମସ୍ତ କ୍ଷୟକ୍ଷତି ବୀବରଣୀ ରିପୋର୍ଟ ଏକମାସ ମଧ୍ୟରେ ପ୍ରଦାନ କରିବାକୁ ଜିଲ୍ଲାପାଳ ସଂପୃକ୍ତ ବିଭାଗର ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ । ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ କ୍ଷୟକ୍ଷତି ଆକଳନ ସମୟରେ ଯେପରି ସଠିକ ରିପୋର୍ଟ ପ୍ରଦାନ କରାଯାଏ ତାହା ଉପରେ ଗୁରୁତ୍ୱାରୋପ ଦେଇଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଭିଡିଓ କନଫେରନ୍ସିଂ ଗୃହରେ ରାଜନଗର ବିଧାୟକ ଶ୍ରୀ ସାହୁ, ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ର,ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଦିଲ୍ଲିପ କୁମାର ପରିଡା, ପୂର୍ତ୍ତ ଡିଭିଜନର ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତି, ଜିଲ୍ଲା ମତ୍ସ୍ୟ ଅଧିକାରୀ ମମତା ମହାପାତ୍ର, ଗ୍ରାମ୍ୟ ଉନ୍ନୟନ ଡିଭିଜନ ଓ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ଡିଭିଜନର ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ