ଅର୍ଥମନ୍ତ୍ରୀଙ୍କୁ ବେଲଗୁଣ୍ଠା ବଣିକ ସଂଘ ତରଫରୁ ନାଗରୀକ ସମ୍ବର୍ଦ୍ଧନା

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ;ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ବେଲଗୁଣ୍ଠା ବଣିକ ସଂଘ ତରଫରୁ ନାଗରୀକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି I ବୁଧବାର ସନ୍ଧ୍ୟାରେ ଅର୍ଥମନ୍ତ୍ରୀ ଶ୍ରୀ ଆରୁଖ ଏବଂ କନ୍ଧମାଳ ସାଂସଦ ଡ.ଅଚ୍ୟୁତ ସାମନ୍ତ ଜଗନ୍ନାଥପ୍ରସାଦରୁ ଭଞ୍ଜନଗର ଫେରୁଥିବା ବେଳେ ବେଲଗୁଣ୍ଠା ବଣିକ ସଂଘ କାର୍ଯ୍ୟାଳୟ ଠାରେ ବଣିକ ସଂଘ ତରଫରୁ ଅର୍ଥମନ୍ତ୍ରୀ ଶ୍ରୀ ଆରୁଖଙ୍କୁ ପୁଷ୍ପଗୁଚ୍ଛ ଏବଂ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା I ବେଲଗୁଣ୍ଠା ବଣିକ ସଂଘ ସଭାପତି ସନତ୍ କୁମାର ସୁବୁଦ୍ଧିଙ୍କ ନେତୃତ୍ୱରେ ସମ୍ପାଦକ କୈଳାସ ମହାପାତ୍ର, କୋଷାଧ୍ୟକ୍ଷ ବୁଲୁ ପାତ୍ର, ଉପଦେଷ୍ଟା ପ୍ରଶାନ୍ତ କୁମାର ସାହୁ, ବେଲଗୁଣ୍ଠା ସେବା ସମବାୟ ସମିତି ସଭାପତି ସନ୍ତୋଷ କୁମାର ସୁବୁଦ୍ଧି,ସମସ୍ତ କମିଟି ସଦସ୍ୟ,ପ୍ରେସକ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ର,ଉପସଭାପତି ପ୍ରଭାତ ସାହୁ,ସଦସ୍ୟ ସୁରେଶ ସୁବୁଦ୍ଧି, ଚନ୍ଦନ କୁମାର ସାହୁ, କାଉନସିଲର୍ କାଳିଆ ସାହୁ, ପ୍ରତିନିଧି ସୀମାଞ୍ଚଳ ସାମଲ,ଆଇନଜୀବୀ ସନ୍ତୋଷ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ମନ୍ତ୍ରୀ ଶ୍ରୀ ଆରୁଖଙ୍କୁ ଭବ୍ଯ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ I

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ