ଅଲାରନାଥଙ୍କ ପୀଠରେ ପ୍ରବଳ ଜନଗହଳୀ

ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ସମାପନ ହେବା ପରେ ମହାପ୍ରଭୁ ଅଣସରରେ ରହିଛନ୍ତି। ଏଥିପାଇଁ ମଙ୍ଗଳବାରଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି। ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଲାଗି ସକାଳୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁଙ୍କ ଲମ୍ବାଧାଡ଼ି ଲାଗିଥିବାବେଳେ ସେମାନେ ଧାଡ଼ିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଏହା ସହିତ ଅଣସର ସମୟରେ ଅଲାରନାଥଙ୍କ ପ୍ରସିଦ୍ଧ ଖିରି ଭୋଗ ପାଇବାକୁ ମଧ୍ୟ ଶ୍ରଦ୍ଧାଳୁମାନେ ଅପେକ୍ଷା କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ